www.samajalive.in
Sunday, December 14, 2025
19.1 C
Bhubaneswar

ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ

ଆଠଗଡ: ଖୁଣ୍ଟୁଣୀ-ନରସିଂହପୁର ମୁଖ୍ୟ ରାସ୍ତାର ଆଠଗଡ ସହର ଅନ୍ତର୍ଗତ ବୀରକିଶୋରପୁର ମଙ୍ଗଳା ମନ୍ଦିର ନିକଟରେ ଏକ ଟ୍ରକ ଓ ସ୍କୁଟି ମଧ୍ୟରେ ଧକ୍କା ହେବା ଫଳରେ ଜଣେ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ କଟକ ଯିବା ରାସ୍ତାରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ସଂପୃକ୍ତ ଦଶଚକିଆ ଟ୍ରକଟି ଆଠଗଡ ପଟୁ ଅନୁଗୁଳ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ସ୍କୁଟି ସହ ଧକ୍କା ହୋଇଥିଲା। ଏହି ଧକ୍କାରେ ସ୍କୁଟି ଚାଳକ ନିକଟବର୍ତ୍ତୀ ରାଧାପତିପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ଜେନା (୫୬) ଆହତ ହେବାରୁ ତୁରନ୍ତ ତାଙ୍କୁ ଆଠଗଡ ଉପଖଣ୍ତ ଚିକିତ୍ସାଳୟକୁ ଅଣାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା । କଟକ ରାସ୍ତାରେ ଯାଉଥିବାବେଳେ ଧବଳେଶ୍ଵର ନିକଟରେ ପୂର୍ଣ୍ଣଚନ୍ଦ୍ରଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡିଥିଲା। ଆଠଗଡ ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ସଂରକ୍ଷିତ ରଖିଛି। ପୁଲିସ ଗାଡି ଦୁଇଟି ଜବତ କରିଥିବା ବେଳେ ଟ୍ରକ ଚାଳକକୁ ଅଟକ ରଖି ତଦନ୍ତ ଜାରି ରଖିଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories