www.samajalive.in
Monday, December 8, 2025
17.1 C
Bhubaneswar

ଆଜିଠୁ +୨ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜିଠାରୁ ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ଥିଓରୀ ପରୀକ୍ଷା ଆରମ୍ଭ ହେବ। ବୁଧବାର କଳା ଓ ବାଣିଜ୍ୟର ପାଠ୍ୟକ୍ରମର ମାତୃଭାଷା ଓଡ଼ିଆ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ ହୋଇଯାଇଛି। କଳା ଓ ବାଣିଜ୍ୟରେ କପି କରି ୨ ପରୀକ୍ଷାର୍ଥୀ ଧରା ପଡ଼ିଛନ୍ତି। ମୋଟ ୨୦୦ ପରୀକ୍ଷା କେନ୍ଦ୍ରରେ ୨ ହଜାର ପରୀକ୍ଷାର୍ଥୀ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଦେବେ। କଳା ଓ ବାଣିଜ୍ୟ ପାଠ୍ୟକ୍ରମରେ ମୋଟ ୨ ଲକ୍ଷ ୧୫ ହଜାର ପରୀକ୍ଷାର୍ଥୀ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଇଛନ୍ତି। ମାତୃଭାଷାରେ କପି କରି ବରଗଡ ଓ କଳାହାଣ୍ଡିର ଦୁଇ ଜଣ ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ ଚଳିତ ବର୍ଷ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମରେ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହେଉଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories