ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଆଶା ରହିଛି

ଭୁବନେଶ୍ବର : ଚଳିତ ଥର କଟକ ବାଲିଯାତ୍ରାରେ ମୋଟ ୨୪୩୮ଟି ଷ୍ଟଲ୍ ଖୋଲିଥିଲା । ବିଧାନସଭାରେ ପ୍ରଶ୍ନକାଳରେ ବାଲିଯାତ୍ରା ପ୍ରସଙ୍ଗରେ ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ସୂଚନା ପ୍ରଦାନ କରିଛନ୍ତି । ଚଳିତ ଥର କଟକ ବାଲିଯାତ୍ରାରେ ମୋଟ ୨୪୩୮ଟି ଷ୍ଟଲ୍ ଖୋଲିଥିଲା । ନିଲାମ ଆଧାରରେ ୧୧୮୮ ଓ ସ୍ଥିରୀକୃତ ଦରରେ ୧୨୫୦ଟି ଷ୍ଟଲ୍ ହୋଇଥିଲା । ଏସବୁରୁ ମୋଟ ୬ କୋଟି ୩୮ ଲକ୍ଷ ୨୬ ହଜାର ୪୪୬ ଟଙ୍କା ଆଦାୟ ହୋଇଥିବା ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ଏହା ସହ କଟକର ଐତିହାସିକ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ସ୍ତରରେ ମାନ୍ୟତା ଦେବାକୁ ୟୁନେସ୍କୋ ସହ ରାଜ୍ୟ ସରକାର ଯୋଗାଯୋଗରେ ଅଛନ୍ତି ବୋଲି ସଂସ୍କୃତି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି କି ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଆଶା ରହିଛି । ଜାତୀୟ ମାନ୍ୟତା ଦେବା UNESCOର  କାମ । ଏନେଇ ବିଶେଷଜ୍ଞ ଟିମ୍ UNESCO ସହ ଯୋଗାଯୋଗରେ ଅଛନ୍ତି ଏବଂ ଆଗକୁ ଅନ୍ତର୍ଜାତୀୟ ମାନ୍ୟତା ମିଳିବାର ଆଶା ରଖାଯାଇଛି ବୋଲି ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି ।

Comments are closed.