www.samajalive.in
Sunday, December 7, 2025
14.1 C
Bhubaneswar

ମଝିଆ ଭାଇର ଛୁରା ମାଡ଼ରେ ବଡଭାଇର ମୃତ୍ୟୁ, ସାନ ଭାଇ ଆହତ

ଫୁଲବାଣୀ: ଘରୋଇ କଳହକୁ କେନ୍ଦ୍ର କରି ମଝିଆ ଭାଇର ଛୁରା ମାଡ଼ରେ ବଡ ଭାଇ ମୃତ୍ୟୁ ବରଣ କରିଥିବା ବେଳେ ସାନ ଭାଇ ଗୁରୁତର ଆହତ ହୋଇଛନ୍ତି। ଏଭଳି ଅଭାବନାୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଧୀନରେ ଥିବା ସୁମେରବନ୍ଧ ପଞ୍ଚାୟତର ଲଦାପଦର ଗାଁ ମୁରଡ଼ସାହିରେ।

ସୂଚନା ଅନୁସାରେ ଗୁରୁବାର ବିଳମ୍ବିତ ରାତିରେ ଏହି ମୁରଡ଼ସାହି ଗାଁ କୃଷ୍ଣ କହଁର, ମଝିଆଁ ଭାଇ ରାମ କହଁର ଓ ସାନ ଭାଇ ଲକ୍ଷ୍ମଣ କହଁରଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ମଝିଆ ଭାଇ ଏକ ଧାରୁଆ ଛୁରୀରେ ମଝିଆ ଭାଇ ରାମ କହଁର ବଡ଼ ଭାଇ କୃଷ୍ଣ କହଁର ଓ ସାନ ଭାଇ ଲକ୍ଷ୍ମଣ କହଁରଙ୍କୁ ଆକ୍ରମଣ କରିଥିଲା। ତେବେ ଛୁରା ମାଡ଼ରେ ବଡ ଭାଇ କୃଷ୍ଣ କହଁରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ସାନ ଭାଇ ଲକ୍ଷ୍ମଣ କର ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଫିରିଙ୍ଗିଆ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ପଠାଇଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories