www.samajalive.in
Monday, December 8, 2025
13.1 C
Bhubaneswar

ବିଦ୍ୟୁତ୍ ଖୁଣ୍ଟକୁ ପିଟି ଓଲଟିଲା ଓଏସ୍‌ଆର୍‌ଟିସି ବସ୍,  ୨୦ ଆହତ

ବଣାଇ: ବିଦ୍ୟୁତ୍ ଖୁଣ୍ଟକୁ ପିଟି ଓଲଟିଲା ଓଏସ୍‌ଆର୍‌ଟିସି ବସ୍,  ୨୦ ଆହତ । ସୁନ୍ଦରଗଡ ଜିଲ୍ଲା ଲହୁଣିପଡା ଥାନା ମୁଚୁରିନାଳ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଛି। ଏବଂ ପରେ ଓଲଟିପଡିଛି। ଏଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଯାତ୍ରୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ରାଉରକେଲା ଆଇଜିଏଚ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବସ୍‌ରେ ୫୦ ରୁ ଅଧିକ ଯାତ୍ରୀ ଥିବାବେଳେ ବସ୍‌ଟି ପୁରୀ ଅଭିମୁଖେ ଆସୁଥିବା  ଜଣାପଡିଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories