www.samajalive.in
Sunday, December 14, 2025
26.1 C
Bhubaneswar

ଗାଡି଼ ଚାଳନା ସମୟରେ ସତର୍କତା ଅବଲମ୍ବନ କରନ୍ତୁ ଏସବୁ ରାଶି

ମେଷ: ଯଶସ୍ବୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ସୁସ୍ଥ ରହିବେ। କୃଷି କର୍ମଜନିତ ଜାତ ଆୟରୁ ଅଂଶୀଦାରଙ୍କୁ ତାଙ୍କର ପ୍ରାପ୍ୟ ପ୍ରଦାନ କରି ଆତ୍ମସନ୍ତୋଷ ଲାଭ କରିବେ। ସୁସ୍ଥ ରହିବେ।
ବୃଷ: ଆସ୍ତିକ ସ୍ବଭାବସମ୍ପନ୍ନ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ଥଣ୍ଡାକଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଅନୁଜଙ୍କଠାରୁ ଆଦର ପାଇବେ।
ମିଥୁନ: ତ୍ୟାଗପୂତ ଜୀବନ ବିତାଇବେ। ମତିମାନ୍‌ ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ପ୍ରଫୁଲ୍ଲ ମୁଖ ଓ ରୂପବାନ୍‌ ହେବେ। ସହିଷ୍ଣୁ ହେବେ। କର୍କଟ:  ଐଶ୍ବର୍ଯ୍ୟଯୁକ୍ତ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଧନ ସମ୍ପଦ ଭରପୂର ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ।
ସିଂହ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମିଠା କଥା କହି ପରକୁ ଆପଣାର କରିପାରନ୍ତି। କନ୍ୟା:  ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ସହାୟତା ମିଳିବ।
ତୁଳା: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶ ଅର୍ଜନ କରିବେ। ପାରିବାରିକ ସ୍ନେହ ଶ୍ରଦ୍ଧା ଅତୁଟ ରହିବ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ।
ଧନୁ: ଈର୍ଷାଳୁ ସ୍ବଭାବସମ୍ପନ୍ନ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଭଲ। ଆଜି ସତର୍କରେ ଚଳିବାକୁ ପଡ଼ିବ।
ମକର: ଜଣେ ସମାଜସେବୀ ବ୍ୟକ୍ତିଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ବ୍ୟବସାୟ ଲାଭଜନକ ହେବ। ଗୁରୁଜନମାନଙ୍କଠାରୁ ସ୍ନେହ ଓ ଆଦର ପାଇପାରନ୍ତି। ଧୈର୍ଯ୍ୟବାନ୍‌ ହେବେ। ସୁସ୍ଥ ରହିବେ।

କୁମ୍ଭ:ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇଙ୍କ ଉପରେ ସ୍ନେହଭାବ ରହିବ। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରି ପାଇବେ। ଜ୍ଞାନୀ ହେବେ। ସମାଜିକ ବନ୍ଧନର ପରାମର୍ଶଦାତା ହେବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories