www.samajalive.in
Tuesday, December 9, 2025
16.1 C
Bhubaneswar

ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ଆଲୁଅଝରଣରେ ଏକ ଟ୍ରକ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଆଲୁଅଝରଣ ଗ୍ରାମର ମନୋଜ କୁମାର ନାଏକ (୩୨)। ମନୋଜ ଅଁଳାବେରେଣୀରୁ ନିଜ ବାଇକରେ ଘରକୁ ଫେରୁଥିଲେ। ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ମନୋଜଙ୍କୁ ଧକ୍କା ଦେଇଥିଲା। ଫଳରେ ମନୋଜ ଗୁରୁତର ଭାବେ ଆହତ ହୋଇ ପଡ଼ିଥିଲେ। ଗ୍ରାମବାସୀ ମନୋଜଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories