www.samajalive.in
Sunday, December 7, 2025
18.1 C
Bhubaneswar

ଜିଲା ଶିକ୍ଷାଧିକାରୀଙ୍କ ଆକାଉଣ୍ଟକୁ ଗଲା ଶିକ୍ଷକଙ୍କ ଦରମା ଟଙ୍କା

ଭୁବନେଶ୍ବର : ଦରମା ନପାଇ ଶିକ୍ଷକ ମୂଲ ଲାଗିବା ପରେ ଚେତିଲା ଗଣଶିକ୍ଷା ବିଭାଗ। ୩୦ ଜିଲା ଶିକ୍ଷା ଅଧିକାରୀଙ୍କ ଆକାଉଣ୍ଟକୁ ଶିକ୍ଷକଙ୍କ ଦରମା ବାବଦ ଅର୍ଥ ମଞ୍ଜୁର କରାଯାଇଛି। ଓସେପା ପକ୍ଷରୁ ମୋଟ ୩୯୮ କୋଟି ୩୨ ଲକ୍ଷ ୮୨ ହଜାର ୩ ଟଙ୍କା ଡିଇଓଙ୍କ ଆକାଉଣ୍ଟକୁ ରିଲିଜ୍‌ କରିବାକୁ ବ୍ୟାଙ୍କକୁ ଚିଠି ଲେଖାଯିବା ସହ ତୁରନ୍ତ ପଦକ୍ଷେପ ନେବାକୁ କୁହାଯାଇଥିଲା। ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲା ପୁଇଁନ୍ତଲା ବାନ୍ଧନବାହାଲ ଗାଁର ସହକାରୀ ଶିକ୍ଷକ ପ୍ରଭୁଦତ୍ତ ସାହୁ ୩ ମାସ ହେଲା ଦରମା ନମିଳିବାରୁ ମଜୁରି କରିବାକୁ ଛୁଟି ମାଗିଥିଲେ। ସେ ମୂଲ ଲାଗି ଯିବେ ବୋଲି ଏକ ଦରଖାସ୍ତ ଲେଖିଥିଲେ। ସେ ଛୁଟି ନେଇ ଜମିରେ ମଜୁରି ଲାଗିଥିଲେ। ପ୍ରଭୁଦତ୍ତ ବାନ୍ଧନବାହାଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories