www.samajalive.in
Monday, December 8, 2025
20.1 C
Bhubaneswar

୨୪ରୁ ଦିଲ୍ଲୀ ବିଧାନସଭା ଅଧିବେଶନ: ଅରବିନ୍ଦର ସିଂହ ଲଭ୍‌ଲି କାମଚଳା ବାଚସ୍ପତି

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାର ଅଧିବେଶନ ଆସନ୍ତା ସୋମବାରରୁ ଆରମ୍ଭ ହେବ। ଉପରାଜ୍ୟପାଳ ଭି.କେ ସକ୍‌ସେନା ବିଜେପିର ଅରବିନ୍ଦର ସିଂହ ଲଭ୍‌ଲିଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରିଛନ୍ତି। ସୋମବାର ପୂର୍ବାହ୍ଣ ୧୧ଟାରେ ନିର୍ବାଚିତ ବିଧାୟକମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ସେହିପରି ଅପରାହ୍ଣ ୨ଟାରେ ବିଧାନସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଉପରାଜ୍ୟପାଳ ଭି.କେ ସକ୍‌ସେନା ଫେବୃଆରୀ ୨୫ରେ ବିଧାନସଭାରେ ନିଜ ବକ୍ତବ୍ୟ ରଖିବେ। ଏହାପରେ ବିଧାନସଭାରେ ସିଏଜି ରିପୋର୍ଟ ଉପସ୍ଥାପିତ ହେବ। ସେହିଦିନ ଅପରାହ୍ଣରେ ଉପରାଜ୍ୟପାଳଙ୍କ ବକ୍ତବ୍ୟ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ହେବାର କାର୍ଯ୍ୟସୂଚୀ ରହିଛି। ଫେବୃଆରୀ ୨୬ରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ସହ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଶପଥ ନେବା ପରେ ଗୁରୁବାର ଏକ କ୍ୟାବିନେଟ୍‌ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଦିଲ୍ଲୀରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ସହ ସିଏଜି ରିପୋର୍ଟ ବିଧାନସଭାରେ ଉପସ୍ଥାପନ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ବୈଠକ ଶେଷରେ ସାମ୍ବାଦିକଙ୍କୁ ସୂଚନା ଦେଇ ରେଖା କହିଥିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଦିଲ୍ଲୀରେ ଲାଗୁ କରାଯିବ। ଏଥିସହ ବିଜେପି ତରଫରୁ ନିର୍ବାଚନ ସମୟରେ ଯେଉଁ ପ୍ରତିଶ୍ରୁତି ପ୍ରଦାନ କରାଯାଇଛି ସେଗୁଡ଼ିକ ପୂରଣ କରିବାକୁ ଅଗ୍ରାଧିକାର ଦିଆଯିବ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories