www.samajalive.in
Sunday, December 7, 2025
26.1 C
Bhubaneswar

ବାଇକକୁ ଧକ୍କା ଦେଲା ହାଇୱା, ପୂର୍ବତନ ସରପଞ୍ଚ ମୃତ

ରାଜନଗର: ରାଜନଗର ବାଇପାସ ଛକରେ ଏକ ବାଇକକୁ ହାଇୱା ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଖବର ପାଇ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି ଏବଂ ସେଠାରେ ଉତ୍ତେଜନା ଲାଗି ରହିଛି। ଫଳରେ ଯାନବାହନ ଯାତାୟତ ବନ୍ଦ ହୋଇଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି କିଭଳି ସ୍ବାଭାବିକ ହେବ ଉଦ୍ୟମ ଜାରି ରଖିଛି।

ହାଇୱା ଧକ୍କାରେ ଜଣେ ବାଇକ ଆରୋହୀଙ୍କ ଜୀବନ ଯାଇଥିବା ସୂଚନା ମିଳିଛି। ବାଇକ ଆରୋହୀ ହେଉଛନ୍ତି ରାଜନଗର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସମବାୟ ସମିତିର ପୂର୍ବତନ ସମ୍ପାଦକ ରବୀନ୍ଦ୍ର ନାଥ ନାୟକ (ମାଗା) ଏବଂ ସେ ଚଣ୍ଡୀଆପଲ୍ଲୀ ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି। ଦୁର୍ଘଟଣାରେ ପୂର୍ବତନ ସରପଞ୍ଚ ରବୀନ୍ଦ୍ରନାଥ ନାୟକଙ୍କ ମୃତ୍ୟୁ ହୋଇଥିବା ଖବର ବିଜୁଳି ବେଗରେ ପ୍ରଚାରିତ ହୋଇଥିଳା। ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ରାସ୍ତା ରୋକ କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପହଞ୍ଚି ଲୋକଙ୍କୁ ବୁଝାସୁଝା ଜାରି ରଖିଥିବା ସୂଚନା ମିଲିଚି।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories