www.samajalive.in
Monday, December 8, 2025
17.1 C
Bhubaneswar

ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ; ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର : ଚିଟ୍ ଫଣ୍ଡ ପ୍ରସଙ୍ଗ ଓ ଚାଷୀଙ୍କ ଋଣ ଛାଡକୁ ନେଇ ବିଧାନସଭାରେ ହଟ୍ଟଗୋଳ ଯୋଗୁଁ ଗୃହକୁ ଦିନ ୩ଟା ଯାଏ ମୁଲତବୀ ରଖାଯାଇଛି।

ରାଜ୍ୟ ବିଧାନସଭା ବଜେଟ ଅଧିବେଶନର ୨ୟ ଦିନରେ ମଙ୍ଗଳବାର ବିରେଧୀ ଦଳ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବୀ ରଖାଯାଇଛି। ଚିଟ ଫଣ୍ଡ ପ୍ରସଙ୍ଗରେ ରାଜ୍ୟର ବିଜେଡି ସରକାର ମମତା ବାନାର୍ଜୀଙ୍କୁ ସମର୍ଥନ କରୁଥିବା ପ୍ରତିବାଦରେ ବିଜେପି ପକ୍ଷରୁ ଏହାର ବିରୋଧ କରାଯାଇ ହଟ୍ଟଗୋଳ କରାଯାଇଥିଲା। ସେହିପରି କଂଗ୍ରେସ ସଦସ୍ୟମାନେ ମଧ୍ୟ ହୋହାଲ୍ଲା କରିଥିଲେ। କୃଷକଙ୍କ ଋଣ ଛାଡ ନେଇ କଂଗ୍ରେସ ପକ୍ଷରୁ ଦାବି କରାଯାଇଥିଲା। ଏହାପରେ ଜଳ ସଂପଦ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଉତ୍ତର ରଖୁଥିବା ବେଳେ ବିରେଧୀ ଦଳ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ  ବାଚସ୍ପତି ଗୃହକୁ ଘଣ୍ଟାଏ ପାଇଁ ମୁଲତବୀ ରଖିଥିଲେ।

- Advertisement -

ପରେ ଦିନ ୧୧ଟା ୪୦ରେ ଗୃହ କାର୍ଯ୍ୟ ପୁଣି ଆରମ୍ଭ ହେବା ମାତ୍ରେ ଅନୁରୂପ ପରିସ୍ଥିତି ଲାଗି ରହିବାରୁ ବାଚସ୍ପତି ଗୃହକୁ ଦିନ ୩ଟା ଯାଏ ମୁଲତବୀ ରଖିଛନ୍ତି।

ମଙ୍ଗଳବାର ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୂର୍ବତନ ମନ୍ତ୍ରୀ ହରିହର କରଣଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହା ପରେ ନୀରବ ପ୍ରାର୍ଥନା କରାଯାଇଥିଲା।

ଏହାପରେ ଜଳ ସଂପଦ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଉତ୍ତର ରଖୁଥିବା ବେଳେ ବିରେଧୀ ଦଳ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ  ବାଚସ୍ପତି ଗୃହକୁ ଘଣ୍ଟାଏ ପାଇଁ ମୁଲତବୀ ରଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories