www.samajalive.in
Tuesday, December 9, 2025
16.1 C
Bhubaneswar

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତା ଅବରୋଧ

କଟକ: କଟକ ଜିଲ୍ଲା ଆଠଗଡ ଖୁଣ୍ଟୁଣୀ ମହାଲକ୍ଷ୍ମୀପୁର ରାଣୀବଣିଆ ଆଦର୍ଶ କାରାଗାରରେ ସନ୍ଦେହଜନକ ଭାବେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକ ପଙ୍କାଳ ଗାଁର ତୟାବ ଖାଁ ବୋଲି ଜଣାପଡିଛି। କିଛି ଦିନ ତଳେ ତୟାବ ଏକ ମାମଲାରେ ରାଣୀବଣିଆ କାରାଗାରରେ ଥିଲେ। ସେଠାରେ ସେ ବିଚାରାଧୀନ କଏଦୀ ଥିବାବେଳେ ଆଜି ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ସେପଟେ ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ ଖୁଣ୍ଟୁଣୀ ନରସିଂହପୁର ୬୫ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ତିଗିରିଆ ପୁଲିସ୍ ପହଞ୍ଚି ଉତ୍ତ୍ୟକ୍ତ ଲୋକ ବୁଝାସୁଝା କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories