ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆଉ ନାହାଁନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ତାଙ୍କ ପରଲୋକରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ କରାଯିବା ସହ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି କହିଛନ୍ତି, ଓଡିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଅନେକ ଚଳଚ୍ଚିତ୍ରରେ ସେ ଛାଡି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ।

ଜିଓ ଆଣିଲା ସବୁଠାରୁ ଶସ୍ତା ପ୍ଲାନ୍‌, ମିଳିବ ଡାଟା-କଲିଙ୍ଗ୍‌ ସହ ଏସବୁ ସୁବିଧା..

Comments are closed.