www.samajalive.in
Monday, December 15, 2025
26.1 C
Bhubaneswar

ଅସ୍ତମିତ ଉତ୍ତମ; ପଞ୍ଚଭୂତରେ ହେଲେ ବିଲୀନ

ଭୁବନେଶ୍ୱର : ପଞ୍ଚଭୂତରେ ଲୀନ ହେଲେ ବର୍ଷିୟାନ ଓଲିଉଡ୍‌ ସୁପରଷ୍ଟାର ଉତ୍ତମ ମହାନ୍ତି। ସତ୍ୟନଗର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।
ଉତ୍ତମଙ୍କୁ ଗାର୍ଡ ଅଫ ଅନର୍‌ ଦିଆଯାଇଛି। ପୁଅ ବାବୁସାନ ଉତ୍ତମଙ୍କୁ ମୁଖାଗ୍ନି ଦେଇଛନ୍ତି। ପ୍ରିୟ ଅଭିନେତାଙ୍କୁ ଅଶ୍ରୁଳ ବିଦାୟ ଦେଇଛନ୍ତି ପ୍ରଶଂସକ। ସତ୍ୟନଗର ଶ୍ମଶାନରେ ହଜାର ହଜାର ପ୍ରଶଂସକ ଏକାଠି ହୋଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
ଭୁବନେଶ୍ୱରର ଜଗନ୍ନାଥ ବିହାରସ୍ଥିତ ବାସଭବନକୁ ଉତ୍ତମଙ୍କ ମରଶରୀର ଅଣାଯିବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ । ତାଙ୍କ ପରଲୋକରେ ଚଳଚ୍ଚିତ୍ର ଜଗତ ସହ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।
ଗୁରୁବାର ରାତିରେ ୬୭ ବର୍ଷ ବୟସରେ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। ସେ ବହୁଦିନ ଧରି ଲିଭର ସିରୋସିସ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। କିଛିଦିନ ପୂର୍ବରୁ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ୧୩୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories