www.samajalive.in
Monday, December 8, 2025
27.1 C
Bhubaneswar

ଜାତୀୟ ବିଜ୍ଞାନ ଦିବସ ପାଳିତ : ଭବିଷ୍ୟତରେ ବୈଜ୍ଞାନିକ ହେବା ପାଇଁ ମାର୍ଗଦର୍ଶନ

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ଜାତୀୟ ବିଜ୍ଞାନ ଦିବସ”ପାଳିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠା ଗୁରୁମା ଶିଶୁ ବାଟିକା ପ୍ରମୁଖ ସୁଶ୍ରୀ କୁନ୍ତୀ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କର  ଶୁଭ କାମନା କରି ଶିଶୁମାନେ ଭବିଷ୍ୟତରେ ବୈଜ୍ଞାନିକ ହେବା ପାଇଁ ମାର୍ଗଦର୍ଶନ ଦେଇଥିଲେ।
ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିଲେ। ତାପସ ଭୋଇ ମୁଖ୍ୟ ବକ୍ତା ଯୋଗଦେଇ ଜାତୀୟ ବିଜ୍ଞାନ ଦିବସ ବିଷୟରେ ବକ୍ତବ୍ୟ ରଖିଥିଲେ। ସୁଶ୍ରୀ ରିଙ୍କିରାଣୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶିଶୁ ଭଉଣୀମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଗୁରୁମା ସୁଶ୍ରୀ ସୁଶ୍ରୀ ରଶ୍ମିତା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁମାନେ ଜାତୀୟ ବିଜ୍ଞାନ ଦିବସ ବିଷୟରେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମକୁ ସମସ୍ତ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories