www.samajalive.in
Friday, December 12, 2025
27.1 C
Bhubaneswar

ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ ଉଦଯାପିତ

ଗୋପାଳପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ମାଲବ୍ୟ ମିଶନ ଶିକ୍ଷକ ତାଲିମ କେନ୍ଦ୍ର ପକ୍ଷରୁ ବିଶ୍ଵ- ବିଦ୍ୟାଳୟ ଅନୁଦାନ ଆୟୋଗ ଦ୍ବାରା ପ୍ରାୟୋଜିତ ଭାରତୀୟ ଜ୍ଞାନ ପ୍ରଣାଳୀ ଉପରେ ଗତ ଫେବୃୟାରୀ ୨୪ ତାରିଖରୁ ଆରମ୍ଭ ହୋଇଥିବା ଛଅ ଦିନିଆ କ୍ଷମତା-ନିର୍ମାଣ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି। ଆୟୋଜିତ ତାଲିମ ଶିବିରରେ ଓଡ଼ିଶାର ବିଭିନ୍ନ ଉଚ୍ଚଶିକ୍ଷା ପ୍ରତିଷ୍ଠାନରୁ ୭୦ ଜଣ ଅଂଶଗ୍ରହଣକାରୀଙ୍କୁ ବିଭିନ୍ନ ଦିବସରେ ୧୩ ଜଣ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଦ୍ବାରା ତାଲିମ ପ୍ରଦାନ କରାଯାଇଥିଲା। ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ରେ‌ ରହିଥିବା ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଉଦଘାଟନୀ ଅଧିବେଶନରେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ଅଧ୍ୟକ୍ଷତା କରିବା ସହ ଭାରତୀୟ ଜ୍ଞାନ ପ୍ରାଣାଳୀକୁ ବିଭିନ୍ନ ବିଷୟର ଶୈକ୍ଷିକ ପାଠ୍ୟକ୍ରମରେ ସାମିଲ କରିବା ପାଇଁ ବିଶ୍ୱବିଦ୍ୟାଳୟ ପ୍ରତିବଦ୍ଧତା ବୋଲି ମତପୋଷଣ କରିଥିଲେ। ମୁଖ୍ୟ ଅତିଥି ଭାବେ ୟୁଜିସି କମିଶନ ସଦସ୍ୟ ଏବଂ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଚ୍ଚିଦାନନ୍ଦ ମହାନ୍ତି ଯୋଗଦେଇ ଆଧୁନିକ ଶିକ୍ଷା ଢାଞ୍ଚା ମଧ୍ୟରେ ପାରମ୍ପରିକ ଜ୍ଞାନର ସମ୍ଭାବନା ଉପରେ ଆଲୋକପାତ କରିଥିଲେ। କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଯୋଗେଶ୍ୱର ପାଣିଗ୍ରାହୀ ଭାରତୀୟ ଞାନପ୍ରଣାଳୀକୁ ଆଗକୁ ବଢାଇବାରେ କେନ୍ଦ୍ରର ଭୂମିକା ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରିଥିଲେ

Hot this week

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

Related Articles

Popular Categories