www.samajalive.in
Sunday, December 7, 2025
26.1 C
Bhubaneswar

ନିମାପଡା ନିର୍ବାଚନ ମଣ୍ଡଳୀର ବିଜେଡି ସାଂଗଠନିକ ବୈଠକ ଅନୁଷ୍ଠିତ

ପିପିଲି: ପିପିଲିସ୍ଥିତ ବିଜୁ ଜନତା ଦଳ ମୁଖ୍ୟ କାର୍ଯ୍ୟାଳୟ ଠାରେ ନିମାପଡା ନିର୍ବାଚନମଣ୍ଡଳୀର ସାଂଗଠନିକ ବୈଠକ ଜିଲ୍ଲା ନିର୍ବାଚନ ଅଧିକାରୀ ବୈରାଗୀ ଜେନାଙ୍କ ସଭାପତିତ୍ବରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜେଡି ସଂଗଠକ ସୁବ୍ରତ ଛାଟୋଇ, ବିଜେଡି ବିଧାୟକ ପ୍ରାର୍ଥୀ ଦିଲ୍ଲୀପ କୁମାର ନାୟକ, ବରିଷ୍ଠା ମହିଳା ନେତ୍ରୀ କୁଞ୍ଜଲତା ସାମଲ, ସସ୍ମିତା ନାୟକ, ବରିଷ୍ଠ ନେତା ରବିନ୍ଦ୍ର ମଲ୍ଲିକ, ଏନଏସି ଅଧକ୍ଷା ସଶ୍ମିତା ସାହୁ, ଯୁବନେତା ଧନୁର୍ଦ୍ଧର ଦାଶ, ପ୍ରାକ୍ତନ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ସତ୍ୟବାଦୀ ମହାପାତ୍ରଙ୍କ ସମେତ ନିର୍ବାଚନ ମଣ୍ଡଳୀର ବିଜେଡି ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟମାନେ ଉପସ୍ଥିତ ରହି ନିର୍ବାଚନ ମଣ୍ଡଳୀର ସାଂଗଠନିକ ସ୍ଥିତି ଉପରେ ଆଲୋଚନା କରିଥିଲେ। ଦଳୀୟ ସଂଗଠନକୁ ତୃଣମୂଳ ସ୍ତରରୁ ମଜବୁତ୍ କରିବା ଉପରେ ବୈଠକରେ ବିଶେଷ ଭାବେ ଆଲୋଚନା କରାଯାଇ ବିଭିନ୍ନ ନିଷ୍ପତ୍ତି ନିଆଯାଇଥିଲା। ବିଜେଡି ସୁପ୍ରିମୋ ତଥା ପୁର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆର୍ଦଶରେ ଅନୁପ୍ରାଣିତ ହୋଇ ଅଂଚଳରେ ଦଳୀୟ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଥିଲା।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories