ଭୁବନେଶ୍ଵର: ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା। ମହିଳାଙ୍କୁ ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପଞ୍ଚମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଟଙ୍କା ପାଇବେ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏହାର ଦିନକ ପରେ ଅର୍ଥାତ୍ ମାର୍ଚ୍ଚ ୮ ତାରିଖରେ ଏକ କୋଟି ମହିଳାଙ୍କୁ ଦ୍ଵିତୀୟ କିସ୍ତି ମିଳିବ। ପ୍ରଥମ ପର୍ଯ୍ୟାୟର ୪ଟି କିସ୍ତିରେ ପ୍ରାୟ ୯୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରି ୫ହଜାର ଟଙ୍କା ଲେଖାଏଁ ଦିଆଯାଇଛି। ଏନ୍ପିସିଆର ଠିକ୍ ହୋଇଥିବାରୁ ୨ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ପୁଣି ସୁଭଦ୍ରା ଯୋଜନାରେ ସାମିଲ କରି କୋଟିଏ ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟର କିସ୍ତି ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ହସ୍ତାନ୍ତର କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
Popular Categories



