www.samajalive.in
Saturday, December 6, 2025
26.1 C
Bhubaneswar

ବୃଦ୍ଧଙ୍କୁ କଚାଡି ମାରିଲା ଦନ୍ତା

କାମାକ୍ଷାନଗର: ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧ ମୃତ। କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ଅନ୍ତର୍ଗତ  କୋରିଆପାଳ ଗାଁରେ ଅଭାବନୀୟ ଘଟଣା ଘଟିଛି। ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ କୋରିଆପାଳ ଗାଁର ବିଦ୍ୟାଧର ଦେହୁରୀ ବୋଲି ଜଣାପଡିଛି।  ବିଦ୍ୟାଧର ଦେହୁରୀ ନିକଟରେ ଥିବା ଏକ  ପୋଖରୀକୁ ଗାଧୋଇବାକୁ ଯାଉଥିବା ବେଳେ ଦାନ୍ତହାତୀ ହାବୁଡ଼ରେ ପଡିଯାଇଥିଲେ । ଦନ୍ତା ହାତୀ ବିଦ୍ୟାଧରଙ୍କୁ ଟେକି କଚାଡି ଦେଇଥିଲା । ବିଦ୍ୟାଧର ଙ୍କର ଚିତ୍କାର ଶୁଣି ପାଖରେ ଥିବା ଗ୍ରାମବାସୀ ଘଟଣା ସ୍ଥଳକୁ ପଳାଇ ଆସିବାରୁ ଦାନ୍ତହାତୀ ନିକଟ ଜଙ୍ଗଲକୁ ଚାଲିଯାଇଥିଲା । ପରେ ଗୁରୁତର ଅବସ୍ଥାରେ ବିଦ୍ୟାଧରଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।  ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଢେଙ୍କାନାଳ ଜିଲ୍ଲା ବିଜେପି ସଭାପତି ରାସବିହାରୀ ବେହେରା ଡାକ୍ତରଖାନାରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରି ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories