www.samajalive.in
Tuesday, December 9, 2025
23.1 C
Bhubaneswar

ଜଙ୍ଘରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ: ଥାନାରେ ମାମଲା, ପୁଲିସର ତନାଘନା

ମଧ୍ୟ ଭୁବନେଶ୍ଵର : କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସମସ୍ତେ ଆରାଧ୍ୟ ଭାବେ ପୂଜା କରି ଆସୁଥିବାବେଳେ ଜଣେ ବିଦେଶିନୀଙ୍କ ଜଙ୍ଘରେ ଜଗନ୍ନାଥଙ୍କ ଚିତା କୁଟାଯିବା ଏବଂ ସାମାଜିକ ଗଣମାଧ୍ୟମରେ ଏହା ପ୍ରଘଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଘଟଣାକୁ କିଛି ଜଗନ୍ନାଥ ପ୍ରେମୀ ତୀବ୍ର ବିରୋଧ କରିବା ସହ ସହିଦନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଆଧାର କରି ପୁଲିସ ଏକ ମାମଲା ରୁଜୁ କରି ତନାଘନା ଆରମ୍ଭ କରିଛି। ପୁଲିସ ସୂଚନା ଅନୁସାରେ, ରବିବାର ସନ୍ଧ୍ୟାରେ ଏହି ଖବର ଜଣାପଡ଼ିବା ପରେ ସୁବ୍ରତ କୁମାର ମହାନ୍ତି ଥାନାରେ ଲିଖିତ ଅଭିଯୋଗ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଘଟଣାର ତଦନ୍ତ କରାଯିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି । ସହିଦନଗର ଅଞ୍ଚଳର ଏକ ଟାଟୁ ଆର୍ଟ ଦୋକାନ ପକ୍ଷରୁ ବିଦେଶିନୀଙ୍କ ଜଙ୍ଘରେ ଚିତା କୁଟାଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଥିବା ବେଳେ ଏନେଇ ଅଧିକ ତଦନ୍ତ କରାଯାଉଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories