www.samajalive.in
Monday, December 8, 2025
13.1 C
Bhubaneswar

ପୁଣି ମୋ ବସ ଦୁର୍ଘଟଣା, ବାଇକ ଆରୋହୀ ଗୁରୁତର

କଟକ: କଟକ ପୁରୀଘାଟରୁ ଖାନନଗର ଆସୁଥିବା ମୋ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି।  ସିଟି କଲେଜ ରିଂରୋଡ୍‌‌ରେ ମୋ ବସ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା। ଫଳରେ ବାଇକ ଆରୋହୀ ଭାବେ ଗୁରୁତର ଆହତ ହୋଇଥିଲେ। ଗୁରୁତର ବାଇକ ଆରୋହୀଙ୍କୁ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଘଟାଇଥିବା ମୋ ବସ ଡ୍ରାଇଭରକୁ ପୁଳିସ ଅଟକ ରଖି ପଚରାଉଚୁରା ଜାରି ରଖିଛି।

ମୋ ବସ ଦୁର୍ଘଟଣା ଘଟାଇବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ବହୁ ସମୟ ଧରି ଯାନବାହନ ଅଟକି ରହିଥିଲା। ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳାନା ଯୋଗୁଁଁ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଥିବା ଉତ୍ୟକ୍ତ ଲୋକେ ଅଭିଯୋଗ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ଏହାପରେ ବହୁ ସମୟ ଧରି ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଥିବା ଗାଡ଼ି ମଟର ଯାତାୟତ ସ୍ୱାଭାବିକ ହୋଇଥିଲା।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories