www.samajalive.in
Sunday, December 7, 2025
26.1 C
Bhubaneswar

ଗାଁ ଦାଣ୍ଡରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ !

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ସମଲପୁର ଗ୍ରାମରେ ଜଣେ ମହିଳାଙ୍କୁ ଗାଁଦାଣ୍ଡରେ ଉଲଗ୍ନ କରାଯାଇ ମାଡ଼ ମରାଯାଇଥିବା ନେଇ ସଦର ଥାନାରେ ଅଭିଯୋଗ ହୋଇଛି। ଗ୍ରାମର କେତେକ ଯୁବକ ବିନା କାରଣରେ ମହିଳାଙ୍କ ଘର ସମ୍ମୁଖକୁ ଆସି ତାଙ୍କୁ ଗାଳିଗୁଲଜ କରିଥିଲେ। ମହିଳା ଜଣଙ୍କ ଏହାର ପ୍ରତିବାଦ କରିବାରୁ ତାଙ୍କୁ ଉଲଗ୍ନ କରାଯାଇ ମାଡ ମରାଯାଇଛି। ଏହାସହ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ତାଙ୍କ ଚୁଟି ଘୋଷାରି ମାରିଥିଲେ। ମହିଳାଙ୍କ ମୁଣ୍ଡ, ହାତ, ପେଟରେ କ୍ଷତ ହୋଇଛି। ଅଭିଯୋଗ ପରେ ପୁଲିସ ମହିଳାଙ୍କୁ ଉଦ୍ଧାର କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଆକ୍ରମଣ ନେଇ ମହିଳା ଜଣକ କହିଛନ୍ତି ଯେ, ପୂର୍ବ ଶତ୍ରୁତାକୁ ନେଇ ଏଭଳି ଆକ୍ରମଣ କରିଛନ୍ତି। ବିଭିନ୍ନ କାରଣ ନେଇ ଅଭିଯୁକ୍ତମାନେ ପୂର୍ବରୁ ଶତ୍ରୁତା କରି ଆସୁଥିଲେ। ହେଲେ ଏବେ ଏଭଳି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏତଲାରେ ମହିଳା ଜଣକ ୧୦ଜଣଙ୍କ ନାଁରେ ଅଭିଯୋଗ ଆଣିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories