www.samajalive.in
Sunday, December 7, 2025
26.1 C
Bhubaneswar

ଭବାନୀପାଟଣାରେ ରାହୁଲ ଗାନ୍ଧୀ

ଭବାନୀପାଟଣା : ଦିନିକିଆ ଓଡ଼ଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କଳାହାଣ୍ଡିର ଭବାନୀପାଟଣାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଓଡ଼ିଶାରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚି ସେ ପରିବର୍ତ୍ତନ ସଙ୍କଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଦଳର ମୁଖିଆଙ୍କ ଗସ୍ତକୁ ନେଇ କଂଗ୍ରେସ ଶିବିରରେ ବ୍ୟାପକ ଉତ୍ସାହ ଦେଖିବାକୁ ମିଳିଛି ଓ ଦଳୀୟ କର୍ମକର୍ତ୍ତା ରାହୁଲଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି। ସମାବେଶରେ ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସର ଅନେକ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି। ମାତ୍ର ୧୫ଦିନ ମଧ୍ୟରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ।
ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ସେ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories