www.samajalive.in
Tuesday, December 9, 2025
17.1 C
Bhubaneswar

ବନ୍ଦ ଘରୁ ମିଳିଲା ଦମ୍ପତିଙ୍କ ଗଳିତ ମୃତଦେହ, ପୁଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

ଉମରକୋଟ: ବନ୍ଦ ଘରେ ଦମ୍ପତିଙ୍କ ଗଳିତ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ସାଇଣ୍ଟିଫିକ୍‌‌ ଟିମ ସହ ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ଦମ୍ପତିଙ୍କ ମୃତ୍ୟୁ କିଭଳି ହୋଇଛି ତାହାର କାରଣ ଅସ୍ପଷ୍ଟ ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି।

ନବରଙ୍ଗପୁର କୁନ୍ଦେଇ ଥାନା ଆମୋଡୋଲା ଗାଁରେ ଏକ ବନ୍ଦ ଘରେ ଦମ୍ପତିଙ୍କ ମୃତଦେହ ପଡ଼ି ରହିଥିବା ଖବର ପ୍ରଚାରିତ ହୋଇଥିଲା। ୩ ଦିନ ହେବ ଘରେ କେହି ନ ଥିଲେ, ଆଜି ସେହିଘରୁ ଦମ୍ପତିଙ୍କ ଗଳିତ ମୃତଦେହ ମିଳିଛି। ଖବର ପାଇ କୁନ୍ଦେଇ ଥାନା ପୁଲିସ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌‌ ଟିମ୍‌‌ ସହ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଥିଲା।

- Advertisement -

ଏହି ଦମ୍ପତିଙ୍କ କେବେ ମୃତ୍ୟୁ ହୋଇଛି ତାହା ଜଣାପଡ଼ିନାହିଁ କିମ୍ବା ସେମାନଙ୍କ ମୃତ୍ୟୁ କିଭଳି ଓ କ’ଣ ପାଇଁ ହୋଇଛି ତାହାର କାରଣ ମଧ୍ୟ ଜଣାପଡ଼ିନାହିଁ। ପୁଲିସ ଦମ୍ପତିଙ୍କ ମୃତଦେହକୁ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଦମ୍ପତିଙ୍କ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ ଟିମ ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories