www.samajalive.in
Sunday, December 7, 2025
15.1 C
Bhubaneswar

ମନ ପ୍ରସନ୍ନ ରହିବ, କର୍ମକ୍ଷେତ୍ରରୁ ଶୁଭଫଳ ପାଇବେ: ବୁଧବାର ରାଶିଫଳ

ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜଣେ ସଫଳ ଉଦ୍ୟୋଗୀ ହେବେ।
ବୃଷ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଶତ୍ରୁମାନେ କବଳିତ କରିବାକୁ ଉଦ୍ୟମ ଚଳାଇ ପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ।
ମିଥୁନ: ସେବା ଭାବନାରେ ନିମଗ୍ନ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀଭାବେ ସୁଖ୍ୟାତି ଅର୍ଜନ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଉପଦେଶ ଉପାଦେୟ ହୋଇପାରେ।

କର୍କଟ: ଭ୍ରାତୃ ସ୍ନେହରେ ଅନୁବନ୍ଧିତ ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଶକ୍ତିମାନ୍‌ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସେବା ଧେୟ ହେବ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କନ୍ୟା: ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ବୁଦ୍ଧିମାନ୍‌ ହେବେ।
ତୁଳା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଭକ୍ତି ଓ ଆଦର, ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।
ବିଛା: ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।

- Advertisement -

ଧନୁ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
ମକର: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। କ୍ରୋଧୀ ହେବେ।

କୁମ୍ଭ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲୋଭର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ।
ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories