www.samajalive.in
Saturday, December 6, 2025
26.1 C
Bhubaneswar

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ : ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସିବିଆଇ ପକ୍ଷରୁ ତାଙ୍କ ସହ ପତ୍ନୀ ଓ ଝିଅ ବିରୋଧରେ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ଅଦାଲତ ଆଦେଶରେ ସ୍ପଷ୍ଟ କରିଛନ୍ତି। ବିଚାରପତି ଏସ୍‌‌.କେ.ପାଣିଗ୍ରାହୀଙ୍କ ଅଦାଲତରେ ମଙ୍ଗଳବାର ମାମଲାର ଶୁଣାଣି ହୋଇଥିଲା। ସିବିଆଇ ପକ୍ଷରୁ ଜବାବ ଦାଖଲ କରାଯାଇଥିବା ବେଳେ ବିଷ୍ଣୁପଦଙ୍କୁ ଜବାବ ଦାଖଲ ଲାଗି ଅଦାଲତ ନିର୍ଦେଶ ଦେଇଛନ୍ତି। ମାର୍ଚ୍ଚ ୧୮କୁ ମାମଲାର ପରବର୍ତ୍ତୀ ଶୁଣାଣି ନିମନ୍ତେ ସମୟ ଧାର୍ଯ୍ୟ ହୋଇଛି। ବ୍ରିଜ୍‌‌ ଅାଣ୍ଡ ରୁଫ୍‌‌ କର୍ପୋରେସନ୍‌‌ ଲିମିଟେଡ୍‌‌ ଲାଞ୍ଚ ମାମଲାରେ ସିବିଆଇ ପକ୍ଷରୁ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ଉ କରାଯାଇଥିଲା। ସିବିଆଇ ଅଧିକାରୀମାନେ ତାଙ୍କ ଘରେ ଚଢ଼ଉ କରି ରେକର୍ଡପତ୍ର ଯାଞ୍ଚ କରିଥିଲେ। ସିବିଆଇର ଏତାଦୃଶ କାର୍ଯ୍ୟାନୁଷ୍ଠାନକୁ ବିରୋଧ / ତଥା ଗିରଫଦାରୀ ଆଶଙ୍କାକୁ ଏଡାଇବା ଲାଗି ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅଦାଲତ ମାମଲାର ଶୁଣାଣି କରି ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଥିଲେ। ମାମଲାର ବିବରଣୀ ମୁତାବକ, ବ୍ରିଜ୍‌‌ ଆଣ୍ତ ରୁଫ୍‌‌ କ​ର୍ପୋରେସନ୍‌‌ ଲିମିଟେଡ୍‌‌ର ଜେନେରାଲ ମ୍ୟାନେଜର୍‌‌ ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ଏକ ବିଲ୍‌‌ ପାସ୍‌‌ ପାଇଁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ହୋଇଥିବା ଅଭିଯୋଗରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଉକ୍ତ ଏତଲାରେ ଆଇଏସ୍‌ ବିଷ୍ଣୁପଦଙ୍କ ନାଁ ନଥିଲେ ମଧ୍ୟ ସିବିଆଇ ପକ୍ଷରୁ କିଛି ଦିନ ପୂର୍ବେ ତାଙ୍କ ଘରେ ଚଢ଼ଉ କରାଯାଇ ରେକର୍ଡ ପତ୍ର ଯାଞ୍ଚ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବାଶିଷ ପଣ୍ଡା ମାମଲା ପରିଚାଳନା କରୁଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories