www.samajalive.in
Thursday, December 11, 2025
15.1 C
Bhubaneswar

ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର; ପୁଅ ଅଟକ

କାମାକ୍ଷାନଗର: ତୁମୁସିଙ୍ଗା ଥାନା ଅନ୍ତର୍ଗତ ଅଁଳାବେରେଣୀ ଗ୍ରାମରେ ଜଣେ ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ପୁଲିସ ଉଦ୍ଧାର କରିବାପରେ ସନ୍ଦେହରେ ପୁଅକୁ ଅଟକ ରଖିଛି। ମୃତ ମହିଳା ଜଣଙ୍କ ଅଁଳାବେରେଣୀ ଗାଁର ଚଞ୍ଚଳା ନାଏକ ବୋଲି ଜଣାପଡ଼ିଛି। ଚଞ୍ଚଳାଙ୍କ ମୁଣ୍ଡରେ ରହିଛି ଗଭୀର କ୍ଷତ। ଧାରୁଆ ଅସ୍ତ୍ରରେ ହାଣି ତାଙ୍କୁ ହତ୍ୟା କରାଯାଇଥିବା ପୁଲିସ ସୂତ୍ରରୁ ପ୍ରକାଶ। ଚଞ୍ଚଳା ନିଜ ସ୍ୱାମୀଙ୍କ ମୃତ୍ୟୁ ପରେ ପୁଅ ଲିପୁ ନାଏକଙ୍କ ପାଖରେ ରହି ଆସୁଥିଲେ। ତେବେ ତାଙ୍କୁ ଗତ କାଲି ବିଳମ୍ବିତ ରାତିରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଖବର ପାଇ ତୁମୁସିଙ୍ଗା ପୁଲିସ ଚଞ୍ଚଳାଙ୍କ ପୁଅ ଲିପୁ ନାଏକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଚଞ୍ଚଳାଙ୍କ ପୁଅ ଲିପୁ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ତଦନ୍ତ ପରେ ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ଏସଡିପିଓ ଜ୍ଞାନରଞ୍ଜନ ମିଶ୍ର ପ୍ରକାଶ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories