www.samajalive.in
Sunday, December 14, 2025
26.1 C
Bhubaneswar

ବିଶ୍ୱ ରାଜନୈତିକ ଇତିହାସରେ ବିଜୁ ବାବୁଙ୍କ ଭଳି ବ୍ୟକ୍ତିତ୍ୱ ବିରଳ – ମୁଖ୍ୟମନ୍ତ୍ରୀ

ଡେସ୍କ: ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ବିଜୁ ବାବୁ ଜଣେ ଏଭଳି ବ୍ୟକ୍ତିତ୍ୱ ଥିଲେ ଯିଏ ନିଜର ସମସ୍ତ ଶିଳ୍ପକୁ ସରକାରଙ୍କୁ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶ୍ୱ ରାଜନୈତିକ ଇତିହାସରେ ବିଜୁ ପଟ୍ଟନାୟକଙ୍କ ଭଳି ବ୍ୟକ୍ତିତ୍ୱ ବିରଳ।

ରାଜ୍ୟସ୍ଥରୀୟ ସମାରୋହରେ ଶ୍ରୀ ମାଝୀ କହିଛନ୍ତି ଯେ ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ନିମନ୍ତେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନନାୟକ ବିଜୁ ପଟ୍ଟନାୟକ ମୁଳୁଦୁଆ ରଖିଥିଲେ। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ପ୍ରଚେଷ୍ଟାକୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ମହିଳା ସଂରକ୍ଷଣ, ପଞ୍ଚାୟତିରାଜ ବ୍ୟବସ୍ଥାର ଉନ୍ନତି ଓ ମହିଳାମାନଙ୍କ ଅର୍ଥନୈତିକ ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories