www.samajalive.in
Tuesday, December 9, 2025
26.1 C
Bhubaneswar

ଏହି ରାଶିର ଲୋକେ ଆଜି ଗାଡି ଚାଳନା ସମୟରେ ସତର୍କତା ଅବଲମ୍ବନ କରନ୍ତୁ: ଶୁକ୍ରବାର ରାଶିଫଳ

ମେଷ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ। ସୁସ୍ଥ ରହିବେ।
ବୃଷ: ଭାଗ୍ୟଶାଳୀ, ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
ମିଥୁନ: ଈର୍ଷା ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବେ। ସତର୍କରେ ଚଳିବାକୁ ପଡ଼ିବ।

କର୍କଟ:ଜଣେ ସମାଜସେବୀଭାବେ ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ବ୍ୟବସାୟ ଲାଭଜନକ ହେବ। ସେବା ଭାବନାରେ ଉତ୍ସର୍ଗୀକୃତ ମନୋଭାବର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସୁସ୍ଥ ରହିବେ।
ସିଂହ: ରୋଜଗାରର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇଙ୍କ ପ୍ରତି ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି।

- Advertisement -

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ବିଛା: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।
ଧନୁ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରଦେଶବାସୀ, ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିର ହେବେ। ସୁସ୍ବାଦୁ ଭୋଜନ କରିବେ।

କୁମ୍ଭ: ଥଣ୍ଡା, କଫଜନିତ ଓ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିବେ। ମହିଳାଙ୍କ ପ୍ରତି ଆସକ୍ତି ଶୂନ୍ୟ ହେବେ। ଧର୍ମ କାମରେ ଧନ ବ୍ୟୟ କରିବେ।
ମୀନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories