www.samajalive.in
Monday, December 8, 2025
27.1 C
Bhubaneswar

ଆଜିଠୁ ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର : ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଯାହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ ବିଜେପିକୁ ଘେରିବା ପାଇଁ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରୁଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ପ୍ରତିବର୍ଷ ମାର୍ଚ୍ଚ ୫ରେ ପାଳନ ହୋଇ ଆସୁଥିବା ପଞ୍ଚାୟତିରାଜ ଦିବସ ଚଳିତ ବର୍ଷ ବନ୍ଦ କରାଯିବା ଘଟଣାକୁ ନେଇ ସରକାରଙ୍କୁ ବିଜେଡି ଘେରିବାର ସମ୍ଭାବନା ରହିଛି। କଂଗ୍ରେସ ମଧ୍ୟ ଆଇନଶୃଙ୍ଖଳା, ଏସଆଇ ପରୀକ୍ଷା ପରିଚାଳନା ଦାୟିତ୍ବ ପ୍ରଦାନରେ ଦୁର୍ନୀତିକୁ ପ୍ରସଙ୍ଗ କରିପାରେ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଫେବୃଆରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଚାଲିଥିଲା।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories