www.samajalive.in
Monday, December 15, 2025
16.1 C
Bhubaneswar

ଅନ୍ବେଷା ହଷ୍ଟେଲରେ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ ତଦନ୍ତ ଆରମ୍ଭ

ଗୁଣପୁର : ରାୟଗଡା  ଏକ ଆଦିବାସି ଅଧୁଷିତ ଜିଲା। ଆଦିବାସୀ ପିଲାଙ୍କୁ ଉଚ୍ଚ ଶିକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଗୁଣୁପୁର ତହସିଲ୍ ଅଫିସ୍ ନିକଟରେ ଥିବା ୧୦୦ ଶର୍ଯ୍ୟା ବିଶିଷ୍ଟ ଅନ୍ବେଷା ହଷ୍ଟେଲରେ ସହପାଠୀ ଛାତ୍ରମାନେ ତିନି ଜଣ ଛାତ୍ରକୁ ମରଣାନ୍ତକ ଆକ୍ରମଣ କରିଛନ୍ତି।  ଅଭିଜିତ୍ ଶବର(ନବମ ଶ୍ରେଣୀ), ଉଥାପା ଶବର (ଅଷ୍ଟମ ଶ୍ରେଣୀ), ପବିତ୍ର ଶବର(ଅଷ୍ଟମ ଶ୍ରେଣୀ)ଙ୍କୁ  କିଛି ଦଶମ ଶ୍ରେଣୀ ଛାତ୍ର  ମରଣାନ୍ତକ ଆକ୍ରମଣ କରୁଥିବା ଭିଡିଓ ଭାଇରଲ୍ ହୋଇଛି। ମାଡ଼ ମାରୁଥିବା ସମୟର ଭିଡିଓ ମୋବାଇଲ କ୍ୟାମେରାରେ ସୁଟିଂ କରାଯାଇଛି ଏବଂ ତାହାକୁ ସୋସିଆଲ ମିଡ଼ିଆରେ ଭାଇରାଲ କରାଯାଇଛି।
ଭିଡିଓ ଭାଇରଲ ପରେ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଗଙ୍ଗାଧର ବେହେରା ହଷ୍ଟେଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆକ୍ରମଣରେ ଶିକାର ହୋଇଥିବା ଛାତ୍ରମାନଙ୍କୁ ଗୁଣୁପୁର ମେଡିକାଲ୍ ରେ ପ୍ରାଥମିକ ଚିକିତ୍ସା କରାଯାଇଥିବା ଜଣାପଡିଛି। ଆହତ ଛାତ୍ରମାନଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ରହିଛି ବୋଲି ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ସୂଚନା ଦେଇଛନ୍ତି।ତେବେ ଏନେଇ ହଷ୍ଟେଲ ପରିଚାଳକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅନୁସୁଚିତ ଜାତି ଓ ଜନଜାତି ପିଲାଙ୍କୁ ହଷ୍ଟେଲରେ ରଖି ଉଚ୍ଚ ଶିକ୍ଷା ପ୍ରଦାନ ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସହରାଞ୍ଚଳର ଶିକ୍ଷା ଯୋଜନାରେ  ହଷ୍ଟେଲରେ ଛାତ୍ରମାନେ ରହି ବିଭିନ୍ନ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଗୁଡିକରେ ଶିକ୍ଷା ଗ୍ରହଣ କରିବା ବ୍ୟବସ୍ଥା  ହୋଇଛି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories