www.samajalive.in
Monday, December 8, 2025
13.1 C
Bhubaneswar

ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି।  ଚମ୍ପିଆନ୍ସ ଟ୍ରଫିରେ ଚମ୍ପିଆନ୍ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।
ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଟିମ ଇଣ୍ଡିଆ ଦଳ ପାଇଁ ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରକାଶ କରିଛନ୍ତି।

- Advertisement -

ସେହିପରି ଟିମ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଟିମ ଇଣ୍ଡିଆର ସଫଳତା ପାଇଁ ପୂରା ଦେଶ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories