www.samajalive.in
Sunday, December 14, 2025
19.1 C
Bhubaneswar

ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଭୁବନେଶ୍ୱର : ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରସଙ୍ଗରେ କଂଗ୍ରେସ ସୋମବାର ସମସ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହିତ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିବ। ବିଗତ ୮ମାସର ଡବଲ ଇଞ୍ଜିନ ସରକାରରେ ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢ଼ି ଚାଲିଛି। ମା’କୁ ସମ୍ମାନ, ବେଟୀ ପଢ଼ାଓ, ବେଟୀ ବଚାଓ କେବଳ ନାରାରେ ରହିଗଲା। ଦୀର୍ଘ ୨୫ ବର୍ଷର ପୂର୍ବ ସରକାରରେ ପରୀଠୁ ଆରମ୍ଭ କରି ବେବିନା, ମାଧାବୀଲତା, ମମିତା ଏବଂ କୁନ୍ଦୁଲି ପୀଡ଼ିତା ଭଳି ବହୁ ମହିଳା ନିର୍ଯାତିତ ହୋଇଛନ୍ତି। କେହି ନ୍ୟାୟ ପାଇଲେ ନାହିଁ। ସାଧାରଣ ଜନତା ଭାବିଥିଲେ ସରକାର ବଦଳିବା ପରେ ମହିଳାଙ୍କ ପ୍ରତି ଅତ୍ୟାଚାର ହ୍ରାସ ପାଇବ।  କିନ୍ତୁ ପରବର୍ତ୍ତୀ ସମୟରେ ବିଜେପି ସରକାର ଆସିବା ପରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢ଼ି ଚାଲିଛି। ଓଡ଼ିଶା ସାରା ଦେଶରେ ମହିଳା ଅତ୍ୟାଚାର କ୍ଷେତ୍ରରେ ଚତୁର୍ଥ ସ୍ଥାନ ଅଧିକାର କରିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମହିଳାଙ୍କ ସୁରକ୍ଷା, ମା’କୁ ସମ୍ମାନ, ବେଟୀ ବଚାଓ, ବେଟୀ ପଢ଼ାଓର ବାର୍ତ୍ତା କେବଳ ନାରା ହୋଇ ରହିଗଲା। ଏହାର ପ୍ରତିବାଦରେ ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିର୍ଦେଶରେ ସାରା ରାଜ୍ୟରେ ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ସହ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିବ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories