www.samajalive.in
Sunday, December 7, 2025
14.1 C
Bhubaneswar

ବିଜେଡି ଓ କଂଗ୍ରେସର ହଙ୍ଗାମା ଯୋଗୁଁଁ ଚାଲିପାରିଲାନି ଗୃହ, ୧୨ଟା ୯ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର: ହଙ୍ଗାମା ଯୋଗୁଁଁ ଗୃହ ଚାଲିପାରିଲାନାହିଁ। ଫଳରେ ବାଚସ୍ପତି ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଆଜି ବିଧାନସଭା ଆରମ୍ଭହେବା ପରେ ପ୍ରଶ୍ନକାଳ ଆରମ୍ଭରୁ ହଟଗୋଳ ହୋଇଥିଲା। ଗୃହରେ ବିରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଥିଲେ। ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟକୁ ନେଇ ବିଜେଡିର ବିଧାୟକମାନେ ଗୃହରେ ହଟ୍ଟଗୋଳ କରିଥିଲେ। ନାରୀ ନିର୍ଯାତନା ପ୍ରସଙ୍ଗରେ କଂଗ୍ରେସ ହଙ୍ଗାମା କରିଥିଲା। ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେଡି ଓ କଂଗ୍ରେସ ବିଧାୟକମାନେ ହଙ୍ଗାମା କରିଥିଲେ। ଫଳରେ ବାଚସ୍ପତି ମଧ୍ୟାହ୍ନ ୧୨ଟା ୯ ଯାଏଁ ଗୃହକୁ ମୁଲତବି ରଖିବା ନେଇ ଘୋଷଣ କରିଥିଲେ।
ନାରୀ ନିର୍ଯାତନା ଅଭିଯୋଗରେ କଂଗ୍ରେସର ନାରାବାଜି ଏବଂ ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ବିଜେଡି ହଙ୍ଗାମା କରିବାରୁ ଗୃହକୁ ମୁଲତବି ଘୋଷଣା କରାଯାଇଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories