www.samajalive.in
Monday, December 15, 2025
24.1 C
Bhubaneswar

ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ

କଲ୍ୟାଣସିଂହପୁର : ରାୟଗଡା ଠାରୁ କୋରାପୁଟ ଦେଇ ମାଲକାନଗିରି ଯାଉଥିବା କେଆର ରେଳ ଲାଇନରେ ଅନନ୍ତ ଚକ୍ଷୁ ଚିକିତ୍ସାଳୟର ଆମ୍ବୁଲାନ୍ସକୁ ମାଲବାହୀ ଟ୍ରେନ ଧକ୍କା ଦେଇଥିବା ଜଣାପଡ଼ିଛି। ଆଜି କିଛି ରୋଗୀଙ୍କ ଆଖି ଅପରେସନ କରିବା ପାଇଁ କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତର କାଣିପାଇ, କଞ୍ଜ।ମ ଯୋଡି, ଝାକୁଡୁ, ବେତଲାଙ୍ଗ ଓ ଚକ୍ରକଲାଙ୍ଗ ଗ୍ରାମର ଲୋକଙ୍କୁ ଏକ ଅନନ୍ତ ଚକ୍ଷୁ ଚିକିତ୍ସାଳୟକୁ ଆମ୍ବୁଲାନ୍ସ (ରୋଗିବୁହା)ରେ ଆଣୁ ଥିବା ବେଳେ କାଣିପାଇ ନିକଟରେ ରେଳ ଲାଇନ ଦେଇ ଆସିବାକୁ ପଡୁଛି।

ଶିକରପାଇ ଓ ଭାଲୁମସ୍କା ଷ୍ଟେସନ ମଝିରେ ଥିବା ରେଳ ଲାଇନ ଦେଇ ଚକ୍ଷୁ ଆମ୍ବୁଲାନ୍ସ ଆସୁଥିବା ବେଳେ ହଠାତ୍‌ ଏକ ମାଲବାହୀ ଟେନ ଆସି ଗାଡିକୁ ୧୦୦ ମିଟର ପର୍ଯ୍ୟନ୍ତ ଘୋଷାଡି ନେଇଯାଇଥିଲା କିନ୍ତୁ ଆମ୍ବୁଲାନ୍ସରେ ଥିବା ଚାଳକ ସମେତ ଜଣେ ଆଶା ଦିଦି ୮ ଜଣ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି। ମାଲବାହୀ ଟ୍ରେନଟି ବ୍ରେକ ମାରିବାରୁ ଆମ୍ବୁଲାନ୍ସରେ ଥିବା ଲୋକଙ୍କ ପ୍ରାଣ ଅଳ୍ପକେ ବଞ୍ଚି ଯାଇଛି।

- Advertisement -

ପ୍ରକାଶ ଥାଉକି ଉକ୍ତ ସ୍ଥାନରେ ପ୍ରାୟ ୩ଥର ଦୁର୍ଘଟଣା ଘଟିଲାଣି। ଉକ୍ତ ରେଳ ଲାଇନ ଉପରେ ଓଭର ବ୍ରିଜ ନଚେତ ତଳ ବ୍ରିଜ କରିବା ପାଇଁ ରେଳବାଇ,ସାଂସଦ ଓ ବିଧାୟକ, ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ବାରମ୍ବାର ଲିଖିତ ଦେବା ପରେ ମଧ୍ୟ କୌଣସି କାର୍ଯ୍ୟକାରୀ ହେଉନାହିଁ ବୋଲି ଅଞ୍ଚଳବାସୀ କହିଛନ୍ତି। ବର୍ତ୍ତମାନ ଦୁଇ ଘଣ୍ଟା ହେବ ଲାଇନରୁ ଗାଡିକୁ ହଟାଯାଇନି, ଲୋକମାନେ ନିଜ ଉଦ୍ୟମରେ ଲାଇନ ବାହାରକୁ କାଢିବା ପାଇଁ ଚେଷ୍ଟା ଚଳାଇଛନ୍ତି।

ଏଥର ହୋଲିରେ ଗ୍ରହଙ୍କ ଅଦ୍ଭୁତ ସଂଯୋଗ :ଏହି ରାଶି କିଣିବେ ଜମି, ଘର, ହେବ ବିବାହ, ଚମକିବ ଭାଗ୍ୟ..

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories