ଭୁବନେଶ୍ଵର: ଆଜି ବି ଗୃହ କାର୍ଯ୍ୟ ଆରମ୍ଭ ରୁ ହଟ୍ଟଗୋଳ। ପ୍ରଶ୍ନକାଳ ଆରମ୍ଭ ରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଛି। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଛନ୍ତି। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଛି। ଏବଂ ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଛି। ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକ ମାନେ ପ୍ରତିବାଦ କରିଛନ୍ତି। ବିରୋଧ ସତ୍ବେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଜାରି ରହିଛି।
Popular Categories



