www.samajalive.in
Saturday, December 6, 2025
15.1 C
Bhubaneswar

ବିଧାନସଭାରେ ଜୟନାରାୟଣ-ତାରା ହାତାହାତି, ୧୨ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ଵର: ଆଜି ବି ଗୃହ କାର୍ଯ୍ୟ ଆରମ୍ଭ ରୁ ହଟ୍ଟଗୋଳ। ବିଧାସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଛି। ଏ ନେଇ ତାରା ବାହିନୀପତି କହିଛନ୍ତି ଜୟନାରାୟଣ ପ୍ରଥମେ ମୋ କଲର୍‌ ଧରିଲେ। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନି। ଏଥିଲାଗି ଦିନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ପ୍ରଶ୍ନକାଳ ଆରମ୍ଭ ରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା।  ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ।  ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲେ। ଏବଂ ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଛି। ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକ ମାନେ ପ୍ରତିବାଦ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories