www.samajalive.in
Monday, December 8, 2025
27.1 C
Bhubaneswar

ଚାଲିପାରିଲାନି ଗୃହ: ୪ଟା ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ଵର: ଆଜି ବି ଗୃହ କାର୍ଯ୍ୟ ଆରମ୍ଭ ରୁ ହଟ୍ଟଗୋଳ। ବିଧାସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା।  ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନି। ଏଥିଲାଗି ବାଚସ୍ପତି ପ୍ରଥମେ  ଦିନ ୧୨ଟା ଯାଏଁ ଏବଂ ପରେ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି। ପ୍ରଶ୍ନକାଳ ଆରମ୍ଭ ରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା।  ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ।  ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଛି। ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକ ମାନେ ପ୍ରତିବାଦ କରିଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories