ସମ୍ବଲପୁର: ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ୍ ପଡିଆବାହାଲ ବନାଞ୍ଚଳ ଅନ୍ତର୍ଗତ ଜାତୀୟ ରାଜପଥରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳ ପ୍ରାୟ ୬ଟା ସମୟରେ ପଇଦାମାଲ ଗାଁରୁ ମାଲିମୁଣ୍ଡା ପର୍ଯ୍ୟନ୍ତ ଯାଇଥିବା ରାସ୍ତାରେ ଏକ ହାତୀ ପାର୍ ହେଉଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି ଲୋକେ ଭୟଭୀତ ହୋଇ ପଡିଥିବାବେଳେ କିଛି ସମୟ ପାଇଁ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ପରେ ଖବର ପାଇ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଉପରେ ତୀକ୍ଷଣ ନଜର ରଖିଥିଲେ। ତେବେ ଦିନକୁ ଦିନ ହାତୀ ଉପଦ୍ରବ ବୃଦ୍ଧି ପାଉଥିବା ବେଳେ ଏହାର ସ୍ଥାୟୀ ପ୍ରତିକାର ପାଇଁ ଅଞ୍ଚଳବାସୀମାନେ ଦାବି କରିଛନ୍ତି।
Popular Categories



