www.samajalive.in
Wednesday, December 10, 2025
15.1 C
Bhubaneswar

ବାଚସ୍ପତିଙ୍କୁ ଭେଟିଲେ ବିଜେଡି ବିଧାୟକ, ତାରାଙ୍କ ନିଲମ୍ବନ ପ୍ରତ୍ୟାହାର ଦାବି କଲେ

ଭୁବନେଶ୍ୱର: ଆଜି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବିଜେଡି ବିଧାୟକମାନେ ବାହାରିଛନ୍ତି। ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି ବିଧାୟକମାନେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିବା ସହ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନିଲମ୍ବନ ପ୍ରତ୍ୟାହାର ଦାବି କରିଛନ୍ତି।

ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ ବିଜେଡି ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ସାକ୍ଷାତ କରି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଉପରେ ଲାଗୁ ହୋଇଥିବା ନିଲମ୍ବନ ନିଷ୍ପତ୍ତିକୁ ପୁନଃବିଚାର ପାଇଁ ଦାବି କରାଯାଇଛି। ଏହାସହିତ ତାରା ପ୍ରସାଦ ବାହିନୀପତିଙ୍କ ଉପରେ ଲାଗୁ ହୋଇଥିବା ନିଳମ୍ବନକୁ ପ୍ରତ୍ୟାହାର ପାଇଁ ସେମାନେ ଦାବି କରିଛନ୍ତି।

- Advertisement -

ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯଙ୍କ ସହିତ ପ୍ରତାପ ଦେବ ଏବଂ ଅରୁଣ ସାହୁ ବାଚସ୍ପତିଙ୍କୁ ଭେଟି ତାରାଙ୍କ ନିଲମ୍ବନ ପ୍ରତ୍ୟାହାର ପାଇଁ ଦାବି କରିଥିବା ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories