www.samajalive.in
Monday, December 8, 2025
13.1 C
Bhubaneswar

ବିଭିନ୍ନ ଶିକ୍ଷାନୁଷ୍ଠାନରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ ପିଭିଟିଜି ବାଳକ ଆଶ୍ରମ ବିଦ୍ୟାଳୟରେ ପ୍ରଥମ ବାର୍ଷିକ ଉତ୍ସବ ବୁଧବାର ବିଦ୍ୟାଳୟ ପରିସର ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ହରି ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁଟିଆ କନ୍ଧ ଉନ୍ନୟନ ସଂସ୍ଥI ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୂର୍ଯ୍ୟକାନ୍ତ ଭୁଇ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଛତ୍ରପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରବିନ୍ଦ ପଟ୍ଟନାୟକ ଯୋଗ ଦେଇଥିଲେ।

ପାଟଣା ବ୍ଳକ ଅନ୍ତର୍ଗତ ଝାଟିପଡା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ମୁଖ୍ୟଅତିଥି ଭାବେ ପାଟଣା ସରପଞ୍ଚ ବିନତି ବାନରା, ସ୍ୱତନ୍ତ୍ର ଅତିଥି ଭାବେ ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ ଓ ସମ୍ମାନିତ ଅତିଥି ଭାବେ ଏବିଇଓ ପ୍ରକାଶ ରାୟ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ତଥା ଅଭିଭାବକ ମାନଙ୍କୁ ଉଦବୋଧନ ଦେଇଥିଲେ।

- Advertisement -

ଭଦ୍ରକ ଜିଲ୍ଲା ଆରଡିପୀଠରେ ଥିବା ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ୭ମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାକେନ୍ଦ୍ରର ସଭାପତି ତ୍ରିଲୋଚନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଭଦ୍ରକ ଜିଲ୍ଲାପାଳ ଦିଲୀପ କୁମାର ରାଉତରାଏ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ସମ୍ମାନୀୟ ଅତିଥି ଭାବେ ବାବାମଣି ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ନିକୁଞକିଶୋର ଜେନା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଥିଲେ।

ଜି.ଉଦୟଗିରି ପଞ୍ଚାୟତ ସମିତି ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ସ୍ଥିତ ବିଇଡି ଶିକ୍ଷକ ପ୍ରଶିକ୍ଷକ ମହାବିଦ୍ୟାଳୟର୧୩ତମ ବାର୍ଷିକ ଉତ୍ସବ ଅଧକ୍ଷ ପ୍ରଫେସର ଡ଼ ମନୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ଼ ବୃନ୍ଦାବନ ଚନ୍ଦ୍ର ମିଶ୍ର, ମୁଖ୍ୟ ବକ୍ତା ଭାବେ କଳିଙ୍ଗ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଡ଼ ନଳୀନ କୁମାର ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏକ ସୁନ୍ଦର ପୃଥିବୀ ଗଠନରେ ଶିକ୍ଷକ ଓ ତଥା ଛାତ୍ର ମାନଙ୍କର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories