www.samajalive.in
Sunday, December 14, 2025
15.1 C
Bhubaneswar

ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ-ଗୁରୁବାର ରାଶିଫଳ

ମେଷ: ଶକ୍ତିମାନ୍‌ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଭୋଜନ ସ୍ବାଦିଷ୍ଟ ହେବ। ମୋକଦ୍ଦମାରେ ବିଜୟୀ ହେବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ମିଳିଥିବା ଉପହାର ଆନନ୍ଦଦାୟକ ହେବ। ଚିନ୍ତାଧାରା ମହତ ହେବ।
ବୃଷ: ସାଧନାରେ ସିଦ୍ଧିପ୍ରାପ୍ତ ହେବେ; ମାତ୍ର ଏହା ଅହଂକାର ଶୂନ୍ୟ ହେଉ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର ଭାଷାରେ ପରକୁ ଆପଣାର କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ମିଥୁନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବାର ସତ୍‌କର୍ମରୁ ପ୍ରତୀୟମାନ୍‌ ହେଉଛି। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି।

କର୍କଟ:  କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ବିତାଇବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶ ଅର୍ଜନ କରିବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

- Advertisement -

କନ୍ୟା:  ପାରିପାର୍ଶ୍ବିକ ଅବସ୍ଥାକୁ ଅନୁଧ୍ୟାନ କରି ଚିନ୍ତିତ ହୋଇପାରନ୍ତି। ସ୍ବାଭିମାନୀ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।
ତୁଳା: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂଭାବକୁ ବିସର୍ଜନ ଦେବେ।
ବିଛା: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ମକର:  ଉଦାରଚେତା ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଯାନବାହନ ସୁଖ ମିଳିପାରେ।
କୁମ୍ଭ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories