www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ପବିତ୍ର ଦୋଳପୂର୍ଣ୍ଣିମା: ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଫାଲଗୁନ ମାସ ଶୁକ୍ଳ ପକ୍ଷ ଫଗୁ ଦଶମୀ ତିଥିରୁ ଓଡିଶାରେ ଆରମ୍ଭ ହୋଇଥାଏ ଦୋଳ ପର୍ବ। ଏହି ଅବସରରେ ଦୋଳ ଗୋବିନ୍ଦଙ୍କର ଯାତ୍ରା ଏବଂ ଗ୍ରାମ ପରିକ୍ରମା ଆରମ୍ଭ ହୋଇଥିଲା। ରାଧାକୃଷ୍ଣଙ୍କର ଯୁଗଳ ମୁର୍ତ୍ତି ଝୁଲଣ ମଣ୍ଡପରେ ଦୋଳି ଝୁଲିବା ସହ ସୁସଜ୍ଜିତ ବିମାନର ବିଜେ କରିଥାନ୍ତି। ଶ୍ରୀ ରାଧାକୃଷ୍ଣ ବିମାନରେ ବିରାଜମାନ କରି ଘରେ ଘରେ ଭୋଗ ଖାଇଥାନ୍ତି। ଦୋଳ ପଡିଆ​‌ରେ ବିଭିନ୍ନ ଗ୍ରାମରୁ ଆସିଥିବା ବିମାନର ମେଳନ ହୁଏ। ଆସନ୍ତାକାଲି ପାଳିତ ହେବ ରଙ୍ଗର ପର୍ବ ହୋଲି । ସେପଟେ ଆଜି ଶ୍ରୀମନ୍ଦିରରେ ନୀତି ନିର୍ଘଣ୍ଟ ଅନୁଯାୟୀ ସମ୍ପନ୍ନ ହେବ ଦୋଳ ପୂର୍ଣ୍ଣିମା। ଏଥିପାଇଁ ଶ୍ରୀମନ୍ଦିରରେ ପାରମ୍ପରିକ ଭାବେ ଦୋଳ ଉତ୍ସବ ପାଳନ କରାଯାଏ। ଆଜି ଚତୁର୍ଦ୍ଧାମୂରତି ସୁନା ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ନୀତି ନିର୍ଘଣ୍ଟ ଅନୁଯାୟୀ ଦୋଳ ବେଦୀକୁ ବିଜେ କରିବା ସହ ଫଗୁ ଅବିର ଖେଳିବେ। ଏଥିପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories