www.samajalive.in
Sunday, December 14, 2025
26.1 C
Bhubaneswar

ହୋଲିରେ ହତ୍ୟା, ଛୁରା ମାଡରେ ଠିକାଦାର ମୃତ

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ ଅଧୀନ ଲାଞ୍ଜିପଲ୍ଲୀ ଚାଣକ୍ୟନଗର ଅଞ୍ଚଳର ଠିକାଦାର ଟି.ରାମଚନ୍ଦ୍ର ପାତ୍ରଙ୍କୁ ହତ୍ୟା କରାଯାଇଛି। ସେହି ଅଞ୍ଚଳର ପପୁନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷି ହତ୍ୟା କରିଥିବା ଅଭିଯୋଗ ହୋଇଛି। ହୋଲି ଖେଳିବା ପରେ ରାମଚନ୍ଦ୍ର ନିଜ ଘରେ ଅନ୍ୟ ଏକ ସାଙ୍ଗ ସହ ବସି କଥା ହେଇଥିବା ବେଳେ ପପୁନ ସେଠାରେ ପହଞ୍ଚି କୌଣସି କଥାକୁ ନେଇ ଗଣ୍ଡଗୋଳ କରିଥିଲା। କିଛି ସମୟ ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଚନ୍ଦ୍ରଙ୍କୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇ ପଡ଼ିଥିଲେ। ଚିକିତ୍ସା ପାଇଁ ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ରାମଚନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ମଦ ପାଇଁ ଟଙ୍କା ମାଗିବାକୁ ନେଇ ଏହି ଘଟଣା ଘଟିଥିବା ଶୁଣିବାକୁ ମିଳିଛି। ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚିଥିବା ଜଣାପଡିଛି। ଘଟଣାସ୍ଥଳରେ ବୈଦ୍ୟନାଥପୁର ଥାନା ପୁଲିସ ପହଞ୍ଚି ତଦନ୍ତ କରୁଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories