www.samajalive.in
Sunday, December 14, 2025
23.1 C
Bhubaneswar

ବୌଦ୍ଧ ଦେଶରେ ଉତ୍ତପ୍ତ ସହର: ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା, ଲୋକେ ଅସ୍ତବ୍ୟସ୍ତ

ଭୁବନେଶ୍ୱର: ଆଜି ବି ବୌଦ୍ଧ ଦେଶରେ ସବୁଠୁ ଉତ୍ତପ୍ତ ସହର ହୋଇଛି। ବୌଦ୍ଧ ତାପମାତ୍ରା ସର୍ବାଧିକ ୪୩.୬ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ତାତିରେ ସିଝିଛି ବୌଦ୍ଧ ସହର। ଗତକାଲି ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶର ସବୁଠୁ ଉତ୍ତପ୍ତ ସହର ରହିଥିଲା। ଅପରପକ୍ଷରେ ୪୨ ଡିଗ୍ରୀ ସହ ଝାସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ହୋଇଛି।
ଅପରପକ୍ଷରେ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି।

ବିଭିନ୍ନ ଅଞ୍ଚଳରେ ପ୍ରବଳ ଟାଣ ଖରା, ଗୁଳୁଗୁଳି ସାଙ୍ଗକୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି ଏବଂ ଏହା ସାଧାରଣ ଜନଜୀବନକୁ ପ୍ରଭାବିତ କରିଛି। ଆଜି ବୌଦ୍ଧ ତାପମାତ୍ରା ସର୍ବାଧିକ ୪୩.୬ ଡିଗ୍ରୀ ରେକଡ କରାଯାଇଥିବାବେଳେ ଝାରସୁଗୁଡ଼ା ୪୨, ବଲାଙ୍ଗିର ୨୧.୭, ଅନୁଗୁଳ ୪୧.୧, ଟିଟିଲାଗଡ଼଼ ୪୦.୩, ଭବାନୀ ପାଟଣା ୪୦.୨, ଭୁବନେଶ୍ୱର ୩୬.୮ ଏବଂ କଟକ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ପୂର୍ବ ଭାରତରେ ସର୍ବୋଚ୍ଚ ତାପମାତ୍ରା ଧୀରେ ଧୀରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ଏହା ସହିତ ରାଜ୍ୟରେ କାଳବୈଶାଖୀ ମଧ୍ୟ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories