www.samajalive.in
Sunday, December 7, 2025
26.1 C
Bhubaneswar

ସାଙ୍ଗମାନଙ୍କ ସହ ପହଁରିବାବେଳେ ପୋଖରୀ ମଝିରେ ବୁଡି ଗଲେ କଲେଜ ଛାତ୍ର, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ

ଆଠଗଡ: ଆଠଗଡ ସହରର ଗଦାସାହି ନିକଟ ଭାଗିରଥି ସାଗର(ବଡ ପୋଖରୀ)ରେ ବୁଡି ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଛି। ରବିବାର ସକାଳେ ସାଙ୍ଗମାନଙ୍କ ସହ ଗାଧୋଇବା ପାଇଁ ବଡ ପୋଖରୀକୁ ଯାଇଥିଲେ। ସେଠାରେ  ସାଙ୍ଗମାନଙ୍କ ସହିତ ପହଁରିବା ବେଳେ ପୋଖରୀ ମଝିରେ ବୁଡି ଯାଇଥିଲେ।  ପୋଖରୀ ମଝିରେ  ସେ ବୁଡ଼ି ଯାଉଥିବାବେଳେ ସାଙ୍ଗମାନେ ତାଙ୍କୁ ଉଦ୍ଧାର ପାଇଁ କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହୋଇନଥିଲେ।
ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀର ଉଦ୍ଧାରକାରୀ ଦଳ ପହଞ୍ଚି ପାଣିରେ ବୁଡି ଖୋଜିବା ପରେ ତାଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ପରେ ତାଙ୍କୁ ଆଠଗଡ ଉପଖଣ୍ଡ ଡାକ୍ତରଖାନା ନେବା ପରେ ଡାକ୍ତର ପରୀକ୍ଷା ନିରୀକ୍ଷା କରି ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories