www.samajalive.in
Saturday, December 6, 2025
15.1 C
Bhubaneswar

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଛି। ଦିଲ୍ଲୀ ଏମ୍ସରେ ୮୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡିତ ଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ। ବାଜପେୟୀଙ୍କ ସରକାରରେ ସେ ପରିବହନ ମନ୍ତ୍ରୀ ଥିଲେ। ୧୯୮୮ ମସିହାରୁ ୧୯୯୩ ମସିହା ପର୍ଯ୍ୟନ୍ତ ରାଜ୍ୟ ବିଜେପି ସଭାପତି ଥିଲେ। ୧୯୯୩ ମସିହାରୁ ୧୯୯୫ ମସିହା ପର୍ଯ୍ୟନ୍ତ ସେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ଥିଲେ। ପୁର୍ନବାର ୧୯୯୫ ମସିହାରୁ ୧୯୯୭ ମସିହା ଯାଏଁ ବିଜେପି ସଭାପତି ହୋଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories