www.samajalive.in
Monday, December 8, 2025
24.1 C
Bhubaneswar

ପରିତ୍ୟକ୍ତ ପାଇଖାନା ଟାଙ୍କିରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଧନୁପାଲି ଥାନା ଗେଙ୍ଗୁଟିପାଲି ସ୍ଥିତ ଏକ ପରିତ୍ୟକ୍ତ ପାଇଖାନା ଟାଙ୍କି ମଧ୍ୟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ମୋତିଝରଣ ଅଞ୍ଚଳର ଶେଖ୍ ହୁସେନ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଶେଖ୍ ହୁସେନ କବାଡି ବ୍ୟବସାୟ କରୁଥିବା ବେଳେ ଗତକାଲି ଅପରାହ୍ନ ପ୍ରାୟ ୨.୩୦ ପରେ ଅଚାନକ ସେ ନିଖୋଜ ଥିଲେ। ପରିବାର ବର୍ଗ ବହୁ ଖୋଜାଖୋଜି କରିବା ସତ୍ତ୍ୱେ ନିରାଶ ହୋଇଥିଲେ । ଆଜି ସକାଳେ  ଗେଙ୍ଗୁଟିପାଲି ଠାରେ ଥିବା ଏକ ପରିତ୍ୟକ୍ତ ପାଇଖାନା ଟାଙ୍କି ମଧ୍ୟରୁ ନିଖୋଜ ଥିବା ଶେଖ୍ ହୁସେନଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏ ନେଇ ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ  ଶେଖ୍ ହୁସେନଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories