ଫୁଲବାଣୀ : ମାର୍ଚ୍ଚ ୨୧ରୁ ୨୫ ତାରିଖ ପର୍ଯ୍ୟନ୍ତକଳା, ସଂସ୍କୃତି ଓ ପରମ୍ପରାର ପ୍ରତୀକ କନ୍ଧମାଳ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା -୨୦୨୫ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରାଯାଇଛି।
କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଭୂବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ନିମନ୍ତ୍ରଣ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି।
ଏହି ପ୍ରତିନିଧି ଦଳରେ ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ଜିଲା ସଭାପତି ପଣ୍ଡିତ ବିଶିମାଝୀ, ଲୋକସଭା ସଂଯୋଜକ ପଦ୍ମ ଲୋଚନ ଦାଶ, ସାଂସଦ ପ୍ରତିନିଧି ଦୁର୍ଗା ମାଧବ ଆଚାର୍ଯ୍ୟ ପ୍ରମୁଖ ସାମିଲ ହୋଇଥିଲେ।



