www.samajalive.in
Tuesday, December 9, 2025
17.1 C
Bhubaneswar

ପାନୀୟ ଜଳ ସମସ୍ୟା, ଗରା ମାଠିଆ ଧରି ବିକ୍ଷୋଭ ପ୍ରଦର୍ଶନ କଲେ ଗ୍ରାମବାସୀ

ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରସି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଡ଼ ଚକଡା ଗ୍ରାମରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ହେଲା ଲାଗି ରହିଛି l ଏହି ସମସ୍ୟା ସମାଧାନ ଦିଗରେ ରାଜ ନେତା ଠାରୁ ପ୍ରଶାସନିକ ଅଧିକାରୀଙ୍କ କାହାର ବି ଦୃଷ୍ଟି ପଡୁନାହିଁ l ଫଳରେ ଲୋକଙ୍କୁ ଘୋର ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି l ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁଁ ଲୋକଙ୍କ ସମସ୍ୟା ଦିଗୁଣିତ ହୋଇଛି l  ଯାହାକୁନେଇ ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି l  ଏନେଇ ଗ୍ରାମର ୩୦ ରୁ ୪୦ ଜଣ ମହିଳା ଓ ପୁରୁଷ ଗଡ଼ ହୁମ୍ମା ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ଓ ପଞ୍ଚାୟତ କାର୍ଯ୍ୟାଳୟ ସମୁଖରେ ଖାଲି ମାଠିଆ ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରତିବାଦ କରିଥିଲେ l ବିଭାଗୀୟ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l ଏହାର ତୁରନ୍ତ ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି l ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି l

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories